12ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।
13କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ତାହାର ସହବାସ କଲା ଉତ୍ତାରେ ଯଦି ତାହାକୁ ଘୃଣା କରେ
14ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, “ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;”
15ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
16ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;