15ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
16ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
17ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
18ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ।
19ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।