18ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ।
19ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ଡ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
20ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
21ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
22ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।