ଦ୍ୱିତୀୟ ବିବରଣ 22

ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;

Deuteronomy 22:23 (UKJV) If a damsel that is a virgin be betrothed unto an husband, and a man find her in the city, and lie with her;

21ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

22ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।

23ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍‍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;

24ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।

25ମାତ୍ର ଯଦି କୌଣସି ପୁରୁଷ ବାଗ୍‍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.