ଦ୍ୱିତୀୟ ବିବରଣ 22

ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।

Deuteronomy 22:27 (UKJV) For he found her in the field, and the betrothed damsel cried, and there was none to save her.

25ମାତ୍ର ଯଦି କୌଣସି ପୁରୁଷ ବାଗ୍‍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;

26ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।

27ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍‍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।

28ଯେବେ କୌଣସି ପୁରୁଷ ଅବାଗ୍‍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରାପଡ଼ନ୍ତି,

29ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.