26ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ଡ ଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏହି କଥା ସେହିପରି ଅଟେ।
27ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା ସେହି ବାଗ୍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥିଲା।
28ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରାପଡ଼ନ୍ତି,
29ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ।
30କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ।