ଦ୍ୱିତୀୟ ବିବରଣ 22

ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।

Deuteronomy 22:4 (UKJV) You shall not see your brother's ass or his ox fall down by the way, and hide yourself from them: you shall surely help him to lift them up again.

2ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।

3ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।

4ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।

5ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।

6ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.