7ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।
8ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।
9ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।
10ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।
11ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ।