8ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
9ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।
10ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।
11ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
12ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ;