ଦ୍ୱିତୀୟ ବିବରଣ 23

ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।

Deuteronomy 23:15 (UKJV) You shall not deliver unto his master the servant which is escaped from his master unto you:

13ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।

14କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।

15ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।

16ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।

17ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.