ଦ୍ୱିତୀୟ ବିବରଣ 23

ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।

Deuteronomy 23:18 (UKJV) You shall not bring the hire of a whore, or the price of a dog, into the house of the LORD your God for any vow: for even both these are abomination unto the LORD your God.

16ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।

17ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।

18ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।

19ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ।

20ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.