18ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।
19ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ।
20ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
21ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
22ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।