23ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।
24ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।
25ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।