1ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
2ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
3ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
4କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ।
5ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।