ଦ୍ୱିତୀୟ ବିବରଣ 23

ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

Deuteronomy 23:5 (UKJV) Nevertheless the LORD your God would not hearken unto Balaam; but the LORD your God turned the curse into a blessing unto you, because the LORD your God loved you.

3ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।

4କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।

5ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

6ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।

7ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.