4କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ।
5ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
6ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
7ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।
8ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।