6ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
7ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।
8ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
9ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।
10ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।