8କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।
9ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର।
10ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
11ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
12ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।