10ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
11ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
12ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।
13ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
14ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।