14ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
15ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
16ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
17ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
18ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।