17ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
18ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
19ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
20ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
21ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।