20ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
21ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
22ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।