ଦ୍ୱିତୀୟ ବିବରଣ 25

ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।

Deuteronomy 25:1 (UKJV) If there be a controversy between men, and they come unto judgment, that the judges may judge them; then they shall justify the righteous, and condemn the wicked.

1ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।

2ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।

3ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.