9ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।
10ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
11ପୁରୁଷମାନେ ପରସ୍ପର ବିରୋଧ କଲେ, ସେମାନଙ୍କ ମଧ୍ୟରୁ କାହାରି ଭାର୍ଯ୍ୟା ଯଦି ପ୍ରହାରକ ହସ୍ତରୁ ଆପଣା ସ୍ୱାମୀକୁ ରକ୍ଷା କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାରକର ଗୁପ୍ତାଙ୍ଗ ଧରେ,
12ତେବେ ତୁମ୍ଭେ ତାହାର ହସ୍ତ କାଟି ପକାଇବ; ତୁମ୍ଭ ଚକ୍ଷୁ ତାହାକୁ ଦୟା କରିବ ନାହିଁ।
13ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।