12ତେବେ ତୁମ୍ଭେ ତାହାର ହସ୍ତ କାଟି ପକାଇବ; ତୁମ୍ଭ ଚକ୍ଷୁ ତାହାକୁ ଦୟା କରିବ ନାହିଁ।
13ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
14ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।
15ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
16କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।