13ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
14ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।
15ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
16କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
17ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା;