ଦ୍ୱିତୀୟ ବିବରଣ 25

କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।

Deuteronomy 25:16 (UKJV) For all that do such things, and all that do unrighteously, are an abomination unto the LORD your God.

14ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ।

15ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।

16କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।

17ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା;

18ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.