3ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।
4ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
5ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।
6ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।
7ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”