6ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।
7ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”
8ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;”
9ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।
10ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”