ଦ୍ୱିତୀୟ ବିବରଣ 26

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;

Deuteronomy 26:1 (UKJV) And it shall be, when you are come in unto the land which the LORD your God gives you for an inheritance, and possess it, and dwell therein;

1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;

2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।

3ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.