ଦ୍ୱିତୀୟ ବିବରଣ 26

ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

Deuteronomy 26:12 (UKJV) When you have made an end of tithing all the tithes of yours increase the third year, which is the year of tithing, and have given it unto the Levite, the stranger, the fatherless, and the widow, that they may eat within your gates, and be filled;

10ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।

11ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।

12ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।

13ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।

14ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.