14ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
15ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”
16ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ,
17ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
18ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;