4ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।
5ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।
6ତହିଁରେ ମିସରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।
7ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।
8ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।