9ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
10ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
11ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
12ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
13ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।