11ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,
12ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
13ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
14ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
15“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)।