ଦ୍ୱିତୀୟ ବିବରଣ 27

ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:

Deuteronomy 27:14 (UKJV) And the Levites shall speak, and say unto all the men of Israel with a loud voice,

12ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।

13ପୁଣି ରୁବେନ୍‍ ଓ ଗାଦ୍‍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।

14ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:

15“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।

16“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.