13ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
14ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
15“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)।
16“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
17“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।