ଦ୍ୱିତୀୟ ବିବରଣ 27

“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Deuteronomy 27:18 (UKJV) Cursed be he that makes the blind to wander out of the way. And all the people shall say, Amen.

16“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

17“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

18“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

19“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

20“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.