17“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
18“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
19“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
20“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
21“ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।