ଦ୍ୱିତୀୟ ବିବରଣ 27

ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।

Deuteronomy 27:5 (UKJV) And there shall you build an altar unto the LORD your God, an altar of stones: you shall not lift up any iron tool upon them.

3ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।

4ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

5ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।

6ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;

7ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.