7ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
8ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
9ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।
10ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
11ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ,