9ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।
10ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
11ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।
12ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
13ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,