ଦ୍ୱିତୀୟ ବିବରଣ 28

ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।

Deuteronomy 28:17 (UKJV) Cursed shall be your basket and your store.

15ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।

16ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।

17ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।

18ତୁମ୍ଭ ଔରସର ସନ୍ତାନ, ଭୂମିର ଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;

19ତୁମ୍ଭେ ଗୃହକୁ ଆସିବା ବେଳେ ଶାପଗ୍ରସ୍ତ ହେବ ଓ ତୁମ୍ଭେ ଗୃହରୁ ବାହାରକୁ ଯିବା ବେଳେ ଶାପଗ୍ରସ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.