20ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।
21ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
22ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ।
23ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
24ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।