ଦ୍ୱିତୀୟ ବିବରଣ 28

ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।

Deuteronomy 28:23 (UKJV) And your heaven that is over your head shall be brass, and the earth that is under you shall be iron.

21ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।

22ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।

23ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।

24ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।

25ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.