ଦ୍ୱିତୀୟ ବିବରଣ 28

ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।

Deuteronomy 28:26 (UKJV) And your carcass shall be food unto all fowls of the air, and unto the beasts of the earth, and no man shall frighten them away.

24ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।

25ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।

26ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।

27ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।

28ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.