ଦ୍ୱିତୀୟ ବିବରଣ 28

ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।

Deuteronomy 28:27 (UKJV) The LORD will strike you with the botch of Egypt, and with the emerods, and with the scab, and with the itch, whereof you can not be healed.

25ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।

26ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।

27ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।

28ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।

29ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.