ଦ୍ୱିତୀୟ ବିବରଣ 28

ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।

Deuteronomy 28:32 (UKJV) Your sons and your daughters shall be given unto another people, and yours eyes shall look, and fail with longing for them all the day long; and there shall be no might in yours hand.

30ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,

31ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।

32ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।

33ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।

34ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ପାଗଳ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.