33ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
34ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ପାଗଳ ହେବ।
35ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
36ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।
37ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।