37ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
38ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
39ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
40ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।
41ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇଯିବେ।